Odia News Portal

୧୨ ଜିଲ୍ଲାରେ ପ୍ରବଳ ବର୍ଷା

ଭୁବନେଶ୍ୱର()  ଉତ୍ତର ଛତିଶଗଡ ଓ ଉତ୍ତର ମଧ୍ୟପ୍ରଦେଶ ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ପ୍ରଭାବରେ ଆସନ୍ତା ୧୫ ତାରିଖ ପର୍ୟ୍ୟନ୍ତ ଓଡ଼ିଶାର ଅଧିକାଂଶ ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମଧରଣର ବର୍ଷା ହେବ। ସ୍ଥାନେ ସ୍ଥାନେ ୫୦ରୁ ୬୦ କିମି ବେଗରେ ପବନ ହେବାର ସମ୍ଭାବନା ରହିଛି। ପରିସ୍ଥିତିକୁ ଦୃଷ୍ଟିରେ ରଖି ଆସନ୍ତା ୪୮ ଘଣ୍ଟା ପାଇଁ ୧୨ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯିବା ସହ ବିପର୍ୟ୍ୟୟର ମୁକାବିଲା ଲାଗି ପ୍ରସ୍ତୁତ କରିବାକୁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପରାମର୍ଶ ଦିଆଯାଇଛି।

ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଦେବଗଡ଼, ସମ୍ବଲପୁର, ଅନୁଗୁଳ, ଢେଙ୍କାନାଳ, କଟକ, ଯାଜପୁର, ଭଦ୍ରକ, କଳାହାଣ୍ଡି ଓ କନ୍ଧମାଳ ଜିଲ୍ଲା ପାଇଁ ୟେଲୋ ୱାର୍ନିଂ ଜାରି କରାଯାଇଛି । ଏସବୁ ଜିଲ୍ଲାରେ ପବନ ଓ ଘଡ଼ଘଡ଼ି ସହ ବର୍ଷା ହୋଇପାରେ ବୋଲି ପୂର୍ବାନୁମାନ ଜାରି କରାଯାଇଛି ।