Odia News Portal

୨୨ ପର୍ଯ୍ୟନ୍ତ ପ୍ରବଳ ବର୍ଷିବ, ସତର୍କ ରହିବାକୁ ପରାମର୍ଶ

ଭୁବନେଶ୍ୱର() ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଆଜି ଲଘୁଚାପର ରୂପ ନେବ । ଯାହା ପରବର୍ତ୍ତୀ ୨୪ ଘଣ୍ଟାରେ ଭୀଷଣ ହେବ। ଫଳରେ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି ଓ ଗଞ୍ଜାମ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବ ବୋଲି ପାଣିପାଗବିତ୍‌ ପୂର୍ବାନୁମାନ କରିଛନ୍ତି । ତେଣୁ ଏହି ଜିଲ୍ଲାଗୁଡିକ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ଅପରପକ୍ଷେ ଲଘୁଚାପ ପ୍ରଭାବରେ ଅନ୍ୟ ଜିଲ୍ଲାଗୁଡିକରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ଥିବାରୁ ଜିଲ୍ଲାପାଳମାନଙ୍କୁ ସତର୍କ ରହିବାକୁ ସ୍ୱତନ୍ତ୍ର ରିଲିଫ୍‌ କମିଶନର ପ୍ରଦୀପ ଜେନା ପରାମର୍ଶ ଦେଇଛନ୍ତି। ପାହାଡ଼ିଆ ଅଞ୍ଚଳରେ ଭୂସ୍ଖଳନ ଓ ତଳିଆ ଅଞ୍ଚଳରେ ଜଳବନ୍ଦୀ ଉପରେ ନଜର ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି । ଏହା ବ୍ୟତୀତ ଧୀବରମାନଙ୍କୁ ୧୯ରୁ ୨୨ ତାରିଖ ପର୍ଯ୍ୟନ୍ତ ଗଭୀର ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି। ଏହାକୁ କଡ଼ାକଡ଼ି ଭାବେ ପାଳନ କରିବାକୁ ଜିଲ୍ଲାପାଳମାନଙ୍କୁ ଏସଆରସି କହିଛନ୍ତି ।