Odia News Portal

୧ରୁ ରାଜ୍ୟରେ ପୁଣି ବର୍ଷିବ

ଭୁବନେଶ୍ୱର()  ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଓ ସଂଲଗ୍ନ ଉତ୍ତର ଆଣ୍ଡାମାନ ସାଗର ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ଆଜି ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ । ଏହାର ୪୮ ଘଣ୍ଟା ମଧ୍ୟରେ ଏହା ବାଂଲାଦେଶ ଉପକୂଳ ଆଡ଼କୁ ଗତି କରିବ । ଏହାର ପ୍ରଭାବରେ ୧ ତାରିଖରୁ ୩ ତାରିଖ ପର୍ଯ୍ୟନ୍ତ ଉପକୂଳ ଓଡ଼ିଶାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । କିନ୍ତୁ ରାଜ୍ୟର ପାଗ ଆଜି ଶୁଖିଲା ଓ ଖରାଟିଆ ରହିବ । ଏହି ସମୟରେ ରାଜ୍ୟରେ ସର୍ବୋଚ୍ଚ ତାପମାତ୍ରା ଓ ସର୍ବନିମ୍ନ ତାପମାତ୍ରା ସ୍ୱାଭାବିକ ରହିବ । ଆସନ୍ତା ୨ ରୁ ୩ ଦିନ ମଧ୍ୟରେ ଦକ୍ଷିଣ ଓ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାରେ ତାପମାତ୍ରା ସ୍ୱାଭାବିକଠାରୁଟିକେ କମ ରହିବ । ଅନ୍ୟ ପଟେ ଉତ୍ତର ଉପକୂଳ ବର୍ତ୍ତୀ ଜିଲ୍ଲା ଗୁଡ଼ିକରେ ତାପମାତ୍ରା ସ୍ୱାଭାବିକ ରହିବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି ।