Odia News Portal

୫ ଜିଲ୍ଲାକୁ ସତର୍କ ସୂଚନା

ଭୁବନେଶ୍ୱର() ଆଜି ବଜ୍ରପାତ ଆଶଙ୍କା ନେଇ ସତର୍କ ରହିବାକୁ ୫ଟି ଜିଲ୍ଲାକୁ ପରାମର୍ଶ ଜାରି କରିଛି ଭୁବନେଶ୍ୱରସ୍ଥିତ ଆଂଚଳିକ ପାଣିପାଗ ବିଭାଗ ।ଏହି ୫ ଜିଲ୍ଲା ହେଲା କନ୍ଧମାଳ, ବୌଦ୍ଧ, ବଲାଙ୍ଗିର, ନୂଆପଡ଼ା ଓ ବରଗଡ଼ । ଏହା ସହ ରାଜ୍ୟର ବର୍ଷା ସହ ୩୦ରୁ ୪୦ କିମି ବେଗରେ ପବନ ବହିବା ମଧ୍ୟ ସମ୍ଭାବନା ରହିଛି ।

ସେପଟେ ଦୁଇ ଦିନ ହେଲା ରାଜ୍ୟର ବିଭିନ୍ନ ସ୍ଥାନରେ ହେଉଥିବା ଅଦିନିଆ ବର୍ଷା ଆହୁରି ପ୍ରାୟ ୫ ଦିନ ଲାଗି ରହିବ । ୧୧ ତାରିଖ ପର୍ୟ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ଅଳ୍ପେ ବହୁତେ ବର୍ଷା ହେବାର ସମ୍ଭାବନା ରହିଛି। ୭ ତାରିଖରେ ରାଜ୍ୟର ଅର୍ଧାଧିକ ଜିଲ୍ଲାରେ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି।