Odia News Portal

୭କୁ ଜିଲ୍ଲାକୁ ସତର୍କ ସୂଚନା

ଭୁବନେଶ୍ୱର()  ଦିନକୁ ଦିନ ରାଜ୍ୟରେ ତାପମାତ୍ରା ବଢ଼ିବାରେ ଲାଗିଛି । ଆଗକୁ ଆହୁରି ତାପମାତ୍ରା ବଢ଼ିବା ନେଇ ଆଶଙ୍କା ମଧ୍ୟ ରହିଛି । ଏହାସହ ସ୍ଥାନେ ସ୍ଥାନେ କାଳବୈଶାଖୀ ମଧ୍ୟ ହେଉଛି । ଏହାରି ମଧ୍ୟରେ ଆଜି ୭ଟି ଜିଲ୍ଲାରେ ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଥିବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ୭ଜିଲ୍ଲାଗୁଡ଼ିକ ହେଉଛି କେନ୍ଦ୍ରାପଡ଼ା, ଢ଼େଙ୍କାନାଳ, ଭଦ୍ରକ, ଯାଜପୁର, କେନ୍ଦୁଝର, ମୟୁରଭଞ୍ଜ ଓ ବାଲେଶ୍ୱର । ଏହି ସବୁ ଜିଲ୍ଲାଗୁଡ଼ିକରେ ବର୍ଷା ସହ ବଜ୍ରପାତ ହେବାର ଆଶଙ୍କା ଥିବାରୁ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି ।