Odia News Portal

୮ ଜିଲ୍ଲାକୁ ସତର୍କ ସୂଚନା

ଭୁବନେଶ୍ବର() ଆସନ୍ତା ୧୪ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା । ଉତ୍ତର ଦକ୍ଷିଣ ସମେତ ବିଭିନ୍ନ ସ୍ଥାନରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି । କିଛି କିଛି ସ୍ଥାନରେ ବିଜୁଳି ଘଡଘଡି ସହ ୩୦ରୁ ୪୦ କିମି ବେଗରେ ପବନ ବହିବା ନେଇ ଆକଳନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।

ଏନେଇ ୮ ଜିଲ୍ଲାକୁ ସତର୍କ ସୂଚନା ଜାରି କରିଛି ପାଣିପାଗ କେନ୍ଦ୍ର । ଏହି ଜିଲ୍ଲା ଗୁଡିକ ହେଲା ରାୟଗଡ଼ା, କୋରାପୁଟ, ଗଞ୍ଜାମ, ଗଜପତି, କଳାହାଣ୍ଡି , କନ୍ଧମାଳ, ନବରଙ୍ଗପୁର ଓ ସୁନ୍ଦରଗଡ଼ । ଏହି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।