Odia News Portal

ତିନିରଥ ସ୍ଥାନାନ୍ତର ପ୍ରକ୍ରିୟା ଆରମ୍ଭ

ପୁରୀ() ଚଳିତବର୍ଷ ୩ ରଥର ସଂରକ୍ଷଣ ପାଇଁ ସ୍ଥାନାନ୍ତର ପ୍ରକ୍ରିୟା ଆରମ୍ଭ ହୋଇଛି।ଚଳିତ ବର୍ଷର ରଥଯାତ୍ରା ସ୍ମୃତିକୁ ଭବିଷ୍ୟତ ପିଢ଼ିଙ୍କ ପାଇଁ ସଂରକ୍ଷିତ ରଖିବା ଲକ୍ଷ୍ୟରେ ଶ୍ରୀମନ୍ଦିର ପରିଚାଳନା କମିଟି ଏହି ନିଷ୍ପତ୍ତି‌ ନେଇଛି। ଏହି କ୍ରମରେ ଆଜି ଠାରୁ ତିନିରଥ ଭଙ୍ଗାଯିବା ସହ ସ୍ଥାନାନ୍ତର ପ୍ରକ୍ରିୟା ଆରମ୍ଭ ହୋଇଛି। ରଥ ଖୋଲା ଓ ସ୍ଥାନାନ୍ତର ପ୍ରକ୍ରିୟା ୨୫ ଦିନ ଭିତରେ ଶେଷ ହେବ।

ତିନିରଥର ମୁଖ୍ୟ ମହାରଣା, କମାର ସେବକ ଓ ଭୋଇ ସର୍ଦ୍ଦାର ରବି ଭୋଇଙ୍କୁ ଏହି ଦାୟିତ୍ୱ ହସ୍ତାନ୍ତର କରାଯାଇଛି। ଉପରୋକ୍ତ ସେବକମାନେ ଆବଶ୍ୟକ ଲୋକ ଲଗାଇ ରଥଭଙ୍ଗା ସହ ଜଗନ୍ନାଥ ବଲ୍ଲଭକୁ ଏହାକୁ ସ୍ଥାନାନ୍ତର ପ୍ରକ୍ରିୟା ଶେଷ କରିବେ। ଏ ବାବଦରେ ପ୍ରତ୍ୟେକଙ୍କୁ ୨୦୨୦ ବର୍ଷ ପାଇଁ ସ୍ଥିରୀକୃତ ମଜୁରି ଅନୁଯାୟୀ ଗୋଟିଏ ଲେଖାଏଁ ମଜୁରି ପ୍ରଦାନ କରାଯିବ। ତିନି ରଥରୁ ବାହାରିବାକୁ ଥିବା ସମସ୍ତ କାଠ, ପଟା ଆଦି ଯେପରି ସୁରକ୍ଷିତ ଓ ଅକ୍ଷୁର୍ଣ୍ଣ ରହିବ, ସେଥିପ୍ରତି ଧ୍ୟାନ ଦେବାକୁ ଶ୍ରୀମନ୍ଦିର ପ୍ରଶାସନ ନିର୍ଦ୍ଦେଶ ଦେଇଛି।