Odia News Portal

ଯୁବତୀଙ୍କ ଗଳିତ ମୃତଦେହ ଉଦ୍ଧାର

ସୁନ୍ଦରଗଡ଼: ଝୁଲନ୍ତା ଅବସ୍ଥାରେ ଉଦ୍ଧାର ହେଲା ଯୁବତୀଙ୍କ ମୃତଦେହ । ସୁନ୍ଦରଗଡ଼ ଜିଲ୍ଲା ଲହୁଡିପଡ଼ା ଥାନା ପୁରୁଣାପାଣି ଗାଁ ନିକଟସ୍ଥ ଜଙ୍ଗଲରୁ ଯୁବତୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି । ତେବେ ସେ ଆତ୍ମହତ୍ୟା କରିଛନ୍ତି ନାଁ କେହି ହତ୍ୟା କରିଛି ତାହା ସ୍ପଷ୍ଟ ହୋଇନାହିଁ । ପୋଲିସ ଖବର ପାଇ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ଲାଗି ପଠାଇ ଦେଇଛି । ମୃତ ଯୁବତୀଙ୍କ ପରିଚୟ ମିଳିନଥିବା ବେଳେ ତାଙ୍କ ବୟସ ୧୭ରୁ ୧୮ ହେବ ବୋଲି ପୋଲିସ ଅନୁମାନ କରିଛି ।