Odia News Portal

ଆଜି ପ୍ରବଳ ଛେଚିବ

ଭୁବନେଶ୍ୱର: ଓଡ଼ିଶା ଛୁଇଁସାରିଛି ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୂ । ଯାହାର ପ୍ରଭାବରେ ରାଜ୍ୟରେ ଆରମ୍ଭ ହୋଇଯାଇଛି ବର୍ଷା । ତେବେ ଆଜି ୬ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଯାହାକୁ ଦୃଷ୍ଟିରେ ରଖି ରେଡ ଆଲର୍ଟ କରିଛି ପାଣିପାଗ ବିଭାଗ । ଏହି ଜିଲ୍ଲାଗୁଡିକ ହେଉଛି ସମ୍ବଲପୁର, ସୋନପୁର, ବଲାଙ୍ଗୀର, ବୌଦ୍ଧ, ବରଗଡ ଓ ଅନୁଗୋଳ ରହିଛି। ଏହି ଜିଲ୍ଲାଗୁଡିକ କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେହିଭଳି ୧୧ ଜିଲ୍ଲାକୁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ଜିଲ୍ଲାଗୁଡିକ ହେଉଛି ଯାଜପୁର, ଭଦ୍ରକ, ଜଗତସିଂହପୁର, କେନ୍ଦ୍ରାପଡା, କଟକ, ଢେଙ୍କାନାଳ, ଅନୁଗୋଳ, ସମ୍ବଲପୁର, ବଲାଙ୍ଗୀର, ସୋନପୁର ଓ ବୌଦ୍ଧ। ଏହି ସମୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।