Odia News Portal

ଏଥର ରଜରେ ଛେଚିବ !

ଭୁବନେଶ୍ୱର: ଚଳିତବର୍ଷ ରଜରେ ବର୍ଷା ହେବାର ସମ୍ଭାବନା ରହିଛି । ଆଜି କେରଳରେ ପହଞ୍ଚିଛି ମୌସୁମୀ । ତେବେ ଓଡ଼ିଶାରେ ୧୦ରୁ ୧୨ଦିନ ମଧ୍ୟରେ ପହଞ୍ଚିବ ବୋଲି ସୂଚନା ଦିଆଯାଇଛି । ତେବେ ଏହା ପ୍ରଭାବରେ ବର୍ଷା ହେବାର ସମ୍ଭାବନା ରହିଛି । ସେପଟେ ବଙ୍ଗୋପସାଗରେ ଖୁବ୍ଶୀଘ୍ର ଏକ ଲଘୂଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଲଘୁଚାପ ଜରିଆରେ ଓଡ଼ିଶାରେ ପହଞ୍ଚିପାରେ ମୌସୁମୀ। ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା ରହିଛି। ଆସନ୍ତା ୧୧ ତାରିଖ ସୁଦ୍ଧା ଏକ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା ରହିଛି ।

ସାଧାରଣତଃ ମୌସୁମୀ ଜୁନ୍ ୧ରେ କେରଳ ଛୁଇଁଥାଏ। କିନ୍ତୁ ଚଳିତ ଥର ଜୁନ୍ ୧ରୁ ଦକ୍ଷିଣ-ପଶ୍ଚିମ ବାୟୁ ଧୀରେ ଧୀରେ ବୋହିବା କାରଣରୁ ଏହା ବିଳମ୍ୱ ହୋଇଛି। ୨୦୧୯ ଓ ୨୦୨୦ ମୌସୁମୀରେ ମଧ୍ୟ ସ୍ୱାଭାବିକ ବୃଷ୍ଟିପାତ ହୋଇଥିଲା। ଏହା ପୂର୍ବରୁ ୧୯୯୬, ୧୯୯୭ ଓ ୧୯୯୮ ତିନି ବର୍ଷ ମଧ୍ୟ ଭାରତରେ ସ୍ୱାଭାବିକ ମୌସୁମୀ ବର୍ଷା ହୋଇଥିବା ରେକର୍ଡ଼ କରାଯାଇଛି।