ଆଜି ଲୋକନାଥ ଦେବଙ୍କ ପଙ୍କୋଦ୍ଧାର ଏକାଦଶୀ ନୀତି ଅନୁଷ୍ଠିତ, ୩ ଦିନ ଧରି ଜଳିବ ଜଗତମଙ୍ଗଳ ଦୀପ
ପୁରୀର ପ୍ରସିଦ୍ଧ ପ୍ରଭୁ ଶ୍ରୀ ଲୋକନାଥ ଦେବଙ୍କ ମନ୍ଦିରରେ ପଙ୍କୋଦ୍ଧାର ଏକାଦଶୀ ନୀତି ଅନୁଷ୍ଠିତ ହୋଇଛି । ବର୍ଷର ଏହି ଗୋଟିଏ ଦିନ ପ୍ରଭୁ ଶ୍ରୀ ଲୋକନାଥଙ୍କ ଗମ୍ଭୀରା ଭିତରକୁ ଯାଇ ଭକ୍ତ ଓ ଶ୍ରଦ୍ଧାଳୁ ଦର୍ଶନ କରିଥାନ୍ତି । ଭାରତବର୍ଷର ଅନ୍ୟ କୌଣସି ଶୈବପୀଠ କିମ୍ୱା ମନ୍ଦିରରେ…
