Odia News Portal

ଦିନକରେ ଭୁବନେଶ୍ୱରରୁ ଚିହ୍ନଟ ହେଲେ ୯୧୮ ଆକ୍ରାନ୍ତ

ଭୁବନେଶ୍ୱର: ୨୪ ଘଣ୍ଟାରେ ଭୁବନେଶ୍ୱରରୁ ଚିହ୍ନଟ ହୋଇଛନ୍ତି ୯୧୮ଜଣ କରୋନା ଆକ୍ରାନ୍ତ । କ୍ୱାରେନଣ୍ଟାଇନରୁ ୧୬୯ ଜଣ ଚିହ୍ନଟ ହୋଇଥିବା ବେଳେ ଲୋକାଲ କେସ ରହିଛି ୭୪୯ । ତେବେ ଭୁବନେଶ୍ୱରରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଆଜି କମ୍ ରହିଛି । ସେପଟେ ଆଜି ୧୧୦୨ ଜଣ ରୋଗୀ ସୁସ୍ଥ ହୋଇଛନ୍ତି ।

ଭୁବନେଶ୍ୱରର ମଞ୍ଚେଶ୍ୱର, ରସୁଲଗଡ, ହଂସପାଳ, ପାହାଳ, ସହିଦ ନଗର, ସତ୍ୟନଗର, ଝାରପଡା, ଖଣ୍ଡଗିରି, ପଟିଆ, ଜୟଦେବ ବିହାର, ନୟାପଲ୍ଲୀ, କଳ୍ପନା, ବମିଖାଲ, ବରମୁଣ୍ଡା, ଚିନ୍ତାମଣିଶ୍ୱର, ଏଜି କଲୋନୀ, ପଳାସପଲ୍ଲୀ, ପୋଖରୀପୁଟ, ଶୈଳଶ୍ରୀବିହାର, ସାମନ୍ତରାପୁର ଆଦି ଅଞ୍ଚଳରୁ ପଜିଟିଭ ଚିହ୍ନଟ ହୋଇଛନ୍ତି ।